ଆଜି ଓଟିଇଟି ପରୀକ୍ଷା, ପ୍ରଥମ ପେପର ପରୀକ୍ଷା ସକାଳ ୯ଟାରୁ ଆରମ୍ଭ

ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ସମସ୍ତ ନୋଡାଲ ସେଣ୍ଟରରେ ରହିଛି । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି। ରାଜ୍ୟର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ୨୨ ହଜାର ୯୭୯ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଏହି ପରୀକ୍ଷା ଦେବେ। ଓଟିଇଟି ପେପର-୧ ରେ ୪୭ ହଜାର ୭୨୦ ଜଣ ଓ ପେପର-୨ରେ ୧ ଲକ୍ଷ ୧୨ ହଜାର ୬୫୯ ପରୀକ୍ଷାର୍ଥୀ ଅଛନ୍ତି। ମୋଟ ୪୫୨ ଟି ପରୀକ୍ଷା କେନ୍ଦ୍ର କରାଯାଇଛି।

ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ଗ୍ରହଣ କରାଯାଇଛି । ବୋର୍ଡ କାର୍ଯ୍ୟାଳୟ କମାଣ୍ଡ କଣ୍ଟ୍ରୋଲ ରୁମରୁ ସମସ୍ତ ପରୀକ୍ଷା କେନ୍ଦ୍ର ନିୟନ୍ତ୍ରଣ ବ୍ୟବସ୍ଥା ହୋଇଛି । ୪୫୨ ଟି ପରୀକ୍ଷା କେନ୍ଦ୍ରକୁ ସିସିଟିଭି ବ୍ୟବସ୍ଥା ସହିତ ଯୋଡ଼ା ଯାଇଥିବା ବେଳେ ବୋର୍ଡର କମାଣ୍ଡ କଣ୍ଟ୍ରୋଲ ରୁମରୁ ସମସ୍ତ କେନ୍ଦ୍ରକୁ ନିରୀକ୍ଷଣ କରାଯାଉଛି । ଏହି ପରୀକ୍ଷାକୁ ଏଆଇ କ୍ୟାମେରା ଦ୍ଵାରା ନିୟନ୍ତ୍ରଣ ବ୍ୟବସ୍ଥା କରାଯାଇଛି । ଓଟିଇଟି ପ୍ରଥମ ପେପର ପରୀକ୍ଷା ସକାଳ ୯ଟାରୁ ସାଢ଼େ ୧୧ ଟା ପର୍ଯ୍ୟନ୍ତ ହେବ । ସେହିପରି ଓଟିଇଟି ଦ୍ୱିତୀୟ ପେପର ପରୀକ୍ଷା ଦିନ ସାଢେ ୧ ଟାରୁ ଅପରାହ୍ନ ୪ ପର୍ଯ୍ୟନ୍ତ ଚାଲିବ । ଉଭୟ ପେପରରେ ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କୁ ୫୦ ମିନିଟର ଅଧିକ ସମୟ ପ୍ରଦାନ କରାଯିବ ।

Related post

ଆଜି ଲକ୍ଷ୍ନୌରେ ଚତୁର୍ଥ ଟି-୨୦, ସିରିଜ୍ କବଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ । ଲକ୍ଷ୍ନୌର ଏକନ୍ନା ଷ୍ଟାଡିୟମରେ ମୁହାଁମୁହିଁ ହେବେ ଦୁଇ ଦଳ । ୫ ମ୍ୟାଚ ବିଶିଷ୍ଟ ସିରିଜ୍ ରେ ୨-୧ରେ ଆଗୁଆ…
୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି : ମୁଖ୍ୟମନ୍ତ୍ରୀ

୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି…

ଭୁବନେଶ୍ବର ଜନତା ମଇଦାନରେ ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ରାଜ୍ୟର ବିକଶିତ ଲକ୍ଷ୍ୟ ନେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୩୬ ପାଇଁ…
ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ ପୁନର୍ଜନ୍ମ ହୁଏ ନାହିଁ ।

ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ…

ଆଜି ଦୋଳ ପୂର୍ଣ୍ଣିମା । କାଲି ରଙ୍ଗର ପର୍ବ ହୋଲି । ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ହେଉଛି ମେଳଣ Iଭାରତୀୟ ପରମ୍ପରାରେ ଦୋଳପୂର୍ଣ୍ଣିମାକୁ ଦୁଇ ଭାଗରେ ବିଭକ୍ତ…

Leave a Reply

Your email address will not be published. Required fields are marked *