ବାତ୍ୟା କ୍ଷୟକ୍ଷତି ନେଇ  ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ବାତ୍ୟା କ୍ଷୟକ୍ଷତି ନେଇ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଏହି ବୈଠକରେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ । ଏଥିରେ ବାତ୍ୟା କ୍ଷୟକ୍ଷତି ନେଇ ଆଲୋଚନା ହୋଇଛି ଏବଂ ବାତ୍ୟା ଆଶୟସ୍ଥଳରେ ଥିବା ଲୋମାନଙ୍କୁ ରନ୍ଧା ଖାଦ୍ୟ ଓ ଶୁଖିଲା ଖାଦ୍ୟ ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୋହନ ମାଝି ।

ସେପଟେ ସ୍ଥିତି ଅନୁଯାୟୀ  ପାନୀୟ ଜଳ ଯୋଗାଣ, ବିଦ୍ୟୁତ ସେବା ମରାମତି ପାଈଁ ଟିମ ପ୍ରସ୍ତୁତ ହୋଇ ମୁତୟନ ଅଛନ୍ତି । ଏନଡିଆରଏଫ, ଏସଡିଆରଏଫ, ଓଡ୍ରାଫ ସହ ଅଗ୍ନୀଶମ ଟିମର ସଦସ୍ୟ ବିଭିନ୍ନ ସ୍ଥାନରେ ଗଛ କାଟି ରାସ୍ତା ସଫା କରିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

ଗତ କାଲି ସ୍ଥଳଭାଗ ଛୁଇଁଲା ବାତ୍ୟା ଦାନା । ଉପକୂଳରେ ରଚିଲା ତାଣ୍ଡବ ଲିଳା , କେନ୍ଦ୍ରାପଡ଼ା ଭିତରକନିକା ନେଚର ପାର୍କ ହବାଳିଖଟି ନିକଟରେ ଥିଲା ଲ୍ୟାଣ୍ଡଫଲ୍‌ର କେନ୍ଦ୍ରସ୍ଥଳ । ମଧ୍ୟରାତ୍ରୀ ପ୍ରାୟ ସାଢେ ଗୋଟାଏରୁ ସାଢେ ୩ଟା ମଧ୍ୟରେ ସ୍ଥଳଭାଗ ଛୁଇଁଥିଲା ବାତ୍ୟା ।  ପ୍ରବଳ ବର୍ଷା ପବନ ଲାଗିରହିଥିଲା ।

୫ରୁ ୬ଘଣ୍ଟା ଧରି ବାତ୍ୟାର ଲ୍ୟାଣ୍ଡଫଲ ପକ୍ରିୟା ସମୟରେ ଘଣ୍ଟାପ୍ରତି ୧୧୦ରୁ ୧୨୦ କିଲୋମିଟର ବେଗରେ ପବନ ବହିବା ସହିତ ସମୁଦ୍ର କୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଥିଲା ।

ବାତ୍ୟା ଲ୍ୟାଣ୍ଡଫଲ କରିବା ସମୟରେ ଉପକୂଳବର୍ତ୍ତୀ ଜିଲ୍ଲା ବିଶେଷ କରି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଜଗତସିଂହପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଦେଖିବାକୁ ମିଳିଛି । ବାତ୍ୟା ଯୋଗୁ ପ୍ରାୟ ୬ ଲକ୍ଷ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳ ବା ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ।

Related post

ବାତ୍ୟା ‘ଦାନା’, ପାରଦୀପ ଠାରୁ ୨୧୦ କିଲୋମିଟର ଦୂରରେ

ବାତ୍ୟା ‘ଦାନା’, ପାରଦୀପ ଠାରୁ ୨୧୦ କିଲୋମିଟର ଦୂରରେ

ସମୁଦ୍ରରୁ ବଳ ଗୋଟାଇ ମାଡ଼ି ଆସୁଛି ଭୀଷଣ ବାତ୍ୟା ଦାନା । ଘଣ୍ଟାକୁ ୧୨ କିଲୋମିଟ ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଆଗକୁ ବଢ଼ୁଛି ଦାନା । ସ୍ଥଳ ଭାଗର…

Leave a Reply

Your email address will not be published. Required fields are marked *