ଆଜି ପବିତ୍ର ଧନୁ ସଂକ୍ରାନ୍ତି ।  ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ପହିଲି ଭୋଗ ନୀତି ।

ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ପହିଲି ଭୋଗ ନୀତି ।

ଆଜି ପବିତ୍ର ଧନୁ ସଂକ୍ରାନ୍ତି ।   ଦୀର୍ଘ ଏକମାସ ଧରି ଅନୁଷ୍ଠିତ ହେବାକୁ ଥିବା ପହିଲି ଭୋଗରେ ବିରି, ଗହମ ଚୂନାରେ ଘୃତ ପାଗ ହୋଇଥିବା ପିଠା ଓ ଧନୁ ମୂଆଁ ମହାପ୍ରଭୁଙ୍କ ପାଖରେ ଲାଗି ହେବ ।  ତେବେ ଗୋପାଳବଲ୍ଲଭ ସମୟରେ ଏହି ପହିଲି ଭୋଗ ନୀତି ହୋଇଥାଏ ।  ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ରାତ୍ର ୨ଟାରୁ ଶ୍ରୀମନ୍ଦିର ଦ୍ବାରଫିଟା ଯାଇ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ସହ ଅନ୍ୟାନ୍ୟ ନୀତି କାନ୍ତି ବଢ଼ି ୫ଟା ୩୦ ରୁ ୬ଟା ମଧ୍ୟରେ ପହିଲି ଭୋଗ ନୀତି ସମ୍ପନ୍ନ ହେବ ।

କଥିତ ଅଛି ମା ମହାଲକ୍ଷ୍ମୀ ଧନୁ ସଂକ୍ରାନ୍ତି ଠାରୁ ଦୀର୍ଘ ଏକମାସ ଧରି ନିଜ ପିତ୍ରାଳୟକୁ ଯାଇଥାନ୍ତି ।  ତେଣୁ ଶ୍ରୀମନ୍ଦିରରେ ମା ଲକ୍ଷ୍ମୀଙ୍କ ଅନୁପସ୍ଥିତ ବେଳେ ମା ଯଶୋଦା ପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଇଁ ବ୍ୟଞ୍ଜନ ପ୍ରସ୍ତୁତ କରିଥାନ୍ତି ।  ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପୂର୍ବ ଦିନ ପର୍ଯ୍ୟନ୍ତ ପହିଲି ଭୋଗ ପ୍ରସ୍ତୁତ ହୋଇଥାଏ ।  ତେବେ ପହିଲି ଭୋଗ ହେଉଛି ମହାପ୍ରଭୁଙ୍କ ଆଦ୍ୟ ଭୋଗ ।  ଯାହାକି କାଉ କା କରିବା ପୂର୍ବରୁ ଏହା ମହାପ୍ରଭୁଙ୍କ ପାଖରେ ଲାଗି କରାଯାଇଥାଏ ।

ବିରି ଓ ଗହମରେ ପ୍ରସ୍ତୁତ ୨୩ ପ୍ରକାରର ପିଠାପଣା ଶ୍ରୀଜୀଉଙ୍କ ନିକଟରେ ଲାଗି କରାଯାଇଥାଏ ।  ଏଥିସହ ପହିଲି ଭୋଗରେ ମୁଖ୍ୟତଃ ବଡଝିଲି, ଅମାଲୁ, ଗଇଣ୍ଠା, ଆରିସା, କାକରା, ମଣ୍ଡା, ଚଢ଼େଇନେଦା ଓ ବଡ଼ି ଆଦି ଭୋଗ କରାଯାଇଥାଏ ।  ପ୍ରତିଦିନ ସୂର୍ଯ୍ୟ ଉଦୟ ପୂର୍ବରୁ ମହାପ୍ରଭୁଙ୍କ ଅବକାଶ ଓ ମଙ୍ଗଳ ଆଳତୀ ବଢିବା ପରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲାଗି କରାଯିବ ।  ଏହି ଅବସରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ ଲାଗି ରହିଛି ।

Related post

ପୁରୀ ରୁ ଫେରି ଭୁବନେଶ୍ୱରରେ ବିଭିନ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି I

ପୁରୀ ରୁ ଫେରି ଭୁବନେଶ୍ୱରରେ ବିଭିନ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି…

ପୁରୀ ରାଜଭବନରୁ ବାହାରି ତାଳବଣିଆ ହେଲିପ୍ୟାଡ୍‌ରେ ପହଂଚିବେ ରାଷ୍ଟ୍ରପତି । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଭୁବନେଶ୍ବର ଆସିବେ ମହାମହିମ । ଗତକାଲି ସକାଳେ ପୁରୀ ଗସ୍ତ କରିଥିଲେ…
ମହିଳାଙ୍କ ଭିଡିଓ ଭାଇରାଲ କରୁଥିଲେ ପୁରୀରେ ଅଭିଯୁକ୍ତକୁ ମାଡ଼ି ବସିଲା ପୋଲିସ

ମହିଳାଙ୍କ ଭିଡିଓ ଭାଇରାଲ କରୁଥିଲେ ପୁରୀରେ ଅଭିଯୁକ୍ତକୁ ମାଡ଼ି ବସିଲା ପୋଲିସ

ରେଢ଼ାଖୋଲ ଅଞ୍ଚଳର ଭିଡିଓ ଭାଇରାଲ ଘଟଣା । ଅଭିଯୁକ୍ତ ଯୁବକଙ୍କୁ ପୁରୀରୁ ଗିରଫ କଲା ପୋଲିସ । ଅଭିଯୁକ୍ତ ଯୁବକ ଚାରମାଳ ଥାନା ରାଶିବେଡ଼ା ଗାଁର ଅଜିତ ପ୍ରଧାନ…
ଶ୍ରୀମନ୍ଦିରରେ ଆଜି ପାଳନ ହେବ ଆଲୋକର ପର୍ବ  । ବଡ ବଡୁଆ ଡାକିବେ ଶ୍ରଦ୍ଧାଳୁ ।

ଶ୍ରୀମନ୍ଦିରରେ ଆଜି ପାଳନ ହେବ ଆଲୋକର ପର୍ବ । ବଡ ବଡୁଆ…

ବିରଜା ପାଞ୍ଜିକୁ ମାନୁଥିବା ଜିଲ୍ଲାଗୁଡିକରେ ଗତକାଲି ଲୋକ ଦୀପାବଳି ପାଳନ କରିଛନ୍ତି । ସେହିପରି କୋହେନୂର ଓ ଖଡୀରତ୍ନ ପଞ୍ଜିକାକୁ ଅନୁସରଣ କରୁଥିବା ଜିଲ୍ଲା ଗୁଡିକ ଆଜି ଦୀପାବଳି…

Leave a Reply

Your email address will not be published. Required fields are marked *