
ଫେବୃୟାରୀ ୧ ତାରିଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ଅଷ୍ଟମ ଥର ପାଇଁ ବଜେଟ ଉପସ୍ଥାପନ କରିବେ ।
- ଦେଶ ବିଦେଶ
- January 19, 2025
- No Comment
- 14
ପ୍ରଥମ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ୱିତୀୟ ଭାଗ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଚାଲିବ।
ବଜେଟ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଦିଲ୍ଲୀ ଭୋଟ ଦିନ ବଜେଟ ଅଧିବେଶନ ଚାଲିବ ନାହିଁ । ୩ ଫେବୃଆରୀରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଚର୍ଚ୍ଚା ହେବ । ବଜେଟରେ ଏଥର ପୁରୁଣା ଟାକ୍ସ ବ୍ୟବସ୍ଥା ଉପରେ କିଛି ପରିବର୍ତ୍ତନ ଆସିପାରେ । ପୁରୁଣା ଆୟକର ବ୍ୟବସ୍ଥାରେ ପରିବର୍ତ୍ତନ ନେଇ ପ୍ରଥମରୁ ଚର୍ଚ୍ଚା ଲାଗି ରହିଛି ।
ଏହି ଟ୍ଯାକ୍ସ ବ୍ୟବସ୍ଥା ୧ ଏପ୍ରିଲ ୨୦୨୦ରେ ଲାଗୁ କରାଯାଇଥିଲା । ଅଷ୍ଟାଦଶ ଲୋକସଭା ନିର୍ବାଚନ ପରେ ସରକାର ପୂର୍ଣ୍ଣ ବଜେଟ ଉପସ୍ଥାପନ କରିବେ । ପରମ୍ପରା ଅନୁସାରେ ବଜେଟ ଅଧିବେଶନ ଆରମ୍ଭ ଦିନ ୩୧ ଜାନୁଆରୀରେ ସଂସଦର ଦୁଇ ଗୃହର ମିଳିତ ଅଧିବେଶନ ବୈଠକ ହେବ ।
ଏହାପରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଆଗତ ହେବ । ଏହାପରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିବେ । ଅଧିବେଶନର ପ୍ରଥମ ପର୍ଯ୍ଯାୟରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ନେଇ ଦୁଇ ଗୃହରେ ଆଲୋଚନା ହେବ ।
ଦୁଇ ସଦନରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର ପରେ ଏହା ସମାପନ ହେବାର ପରମ୍ପରା ରହିଛି । ଲଗାତାର ଅଷ୍ଟମ ଥର ପାଇଁ ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରେକର୍ଡ କରିବାକୁ ଯାଉଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ କାର୍ଯ୍ୟକାଳର ଏହା ହେବ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ।