ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ ପୁନର୍ଜନ୍ମ ହୁଏ ନାହିଁ ।

ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ ପୁନର୍ଜନ୍ମ ହୁଏ ନାହିଁ ।

ଆଜି ଦୋଳ ପୂର୍ଣ୍ଣିମା । କାଲି ରଙ୍ଗର ପର୍ବ ହୋଲି । ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ହେଉଛି ମେଳଣ Iଭାରତୀୟ ପରମ୍ପରାରେ ଦୋଳପୂର୍ଣ୍ଣିମାକୁ ଦୁଇ ଭାଗରେ ବିଭକ୍ତ କରାଯାଇଥାଏ, ଯଥା-ରାଜଦୋଳ ଓ ପଞ୍ଚୁଦୋଳ । ଫାଲ୍‌ଗୁନ ଶୁକ୍ଳ ଦଶମୀଠାରୁ ଅନୁଷ୍ଠିତ ହୋଇ ପୂର୍ଣ୍ଣିମା ଦିନ ସମାପ୍ତ ପର୍ବକୁ ବା ଦୋଳକୁ ରାଜଦୋଳ କୁହାଯାଉଥିବା ବେଳେ, ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇ କୃଷ୍ଣପଞ୍ଚମୀ ପର୍ଯ୍ୟନ୍ତ ପାଳିତ ଦୋଳକୁ ପଞ୍ଚୁଦୋଳ କୁହାଯାଇଥାଏ ।

ପଞ୍ଚୁଦୋଳକୁ ପାଞ୍ଚଦିନିଆ ମହୋତ୍ସବ ବୋଲି କେହି କେହି କହିଥାନ୍ତି । ଦୋଳପୂର୍ଣ୍ଣିମାର ପର ଦିନ ‘ହୋଲି’ ପର୍ବ ଅନୁଷ୍ଠିତ ହୋଇଥାଏ । ରଙ୍ଗ ହିଁ ସୌନ୍ଦର୍ଯ୍ୟର ପ୍ରତୀକ । ଆଧ୍ୟାମିକ ଚିନ୍ତା ଚେତନାର ପରିପ୍ରକାଶ, କ୍ଷଣିକ ପାଇଁ ହେଉ ପଛେ ପ୍ରକୃତିର ଅନନ୍ତ ଅପୂର୍ବ ରୂପ ଛିଟାର ଅନୁଭବ, ସୁଖଦୁଃଖ ଭରା ଜୀବନର କିଛି ରଙ୍ଗ ସହିତ ନିଜେ ନିଜ ଭିତରେ ଟିକେ ହଜିଯିବା ପାଇଁ ଆସିଥାଏ ରଙ୍ଗର ପର୍ବ ହୋଲି ।

ହର୍ଷ ଉଲ୍ଲାସର ଏହି ପର୍ବରେ ଚାରିଆଡ଼େ ଥାଏ କେବଳ ରଙ୍ଗ ରଙ୍ଗ ଆଉ ରଙ୍ଗ । ଅବିରର ମନମତାଣିଆ ସୁଗନ୍ଧ । ହୋଲି ପର୍ବ ପାଳନ ନେଇ ଅନେକ ପୌରାଣିକ କାହାଣୀ ମଧ୍ୟ ରହିଛି ।

Related post

ଆଜି ଓଟିଇଟି ପରୀକ୍ଷା, ପ୍ରଥମ ପେପର ପରୀକ୍ଷା ସକାଳ ୯ଟାରୁ ଆରମ୍ଭ

ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ସମସ୍ତ ନୋଡାଲ ସେଣ୍ଟରରେ ରହିଛି । ମାଧ୍ୟମିକ…

ଆଜି ଲକ୍ଷ୍ନୌରେ ଚତୁର୍ଥ ଟି-୨୦, ସିରିଜ୍ କବଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ । ଲକ୍ଷ୍ନୌର ଏକନ୍ନା ଷ୍ଟାଡିୟମରେ ମୁହାଁମୁହିଁ ହେବେ ଦୁଇ ଦଳ । ୫ ମ୍ୟାଚ ବିଶିଷ୍ଟ ସିରିଜ୍ ରେ ୨-୧ରେ ଆଗୁଆ…
୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି : ମୁଖ୍ୟମନ୍ତ୍ରୀ

୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି…

ଭୁବନେଶ୍ବର ଜନତା ମଇଦାନରେ ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ରାଜ୍ୟର ବିକଶିତ ଲକ୍ଷ୍ୟ ନେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୩୬ ପାଇଁ…

Leave a Reply

Your email address will not be published. Required fields are marked *