
ବିଜେପି : ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ ।
- ରାଜ୍ୟସ୍ପେସିଆଲ ରିପୋର୍ଟ
- November 7, 2024
- No Comment
- 16
ମୁଖ୍ୟମନ୍ତ୍ରୀ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ସମୀକ୍ଷା କରିବା ପରେ ଏହା ସାମ୍ନାକୁ ଆସିଛି । ଏହି ଯୋଜନା ଅନୁଯାୟୀ, ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସମୁଦାୟ ୬ ହଜାର ୭୯୪ଟି ସ୍କୁଲ ନିର୍ମାଣ ହେବ ।
ସତ୍ୟବାଦୀ ବନ ବିଦ୍ୟାଳୟରେ ଯେପରି ଏକ ଆଦର୍ଶ ଶିକ୍ଷା ପରିବେଶ ଥିଲା, ସେହିଭଳି ଏହି ବିଦ୍ୟାଳୟ ଗୁଡିକରେ ମଧ୍ୟ ପିଲାମାନଙ୍କ ପାଇଁ ଆଦର୍ଶ ଶିକ୍ଷା ପରିବେଶ ସୃଷ୍ଟି କରିବାକୁ ଲକ୍ଷ୍ୟ ରହିବ ।
ବୈଠକରେ ଐତିହ୍ୟ ବିଦ୍ୟାଳୟ ଗୁଡିକର ବିକାଶ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା । ଏହି ଯୋଜନାରେ ରାଜ୍ୟର ୧୦୦ ବର୍ଷରୁ ଉର୍ଦ୍ଧ୍ୱ ପୁରାତନ ବିଦ୍ୟାଳୟ କିମ୍ବା ସ୍ୱାଧୀନତା ପୂର୍ବ ସମୟର ପୁରାତନ ବିଦ୍ୟାଳୟ ଗୁଡିକର ବିକାଶ କରାଯାଇ ଏହାର ଐତିହ୍ୟ ଓ ଐତିହାସିକ ଗୌରବର ପୁନଃପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯିବ। ଏହି ଯୋଜନାରେ ସମୁଦାୟ ୪୫ଟି ଐତିହ୍ୟ ବିଦ୍ୟାଳୟର ବିକାଶ ହେବ ।