ଆଜିଠୁ ଇ-ଡିଟେକ୍ସନ ହେବ ବୀମା । ଗାଡିରେ ବୀମା ନଥିଲେ ଟୋଲ ଗେଟରେ ଧରାପଡିବେ ଗାଡ଼ି ଚାଳକ ।

ଆଜିଠୁ ଇ-ଡିଟେକ୍ସନ ହେବ ବୀମା । ଗାଡିରେ ବୀମା ନଥିଲେ ଟୋଲ ଗେଟରେ ଧରାପଡିବେ ଗାଡ଼ି ଚାଳକ ।

ବୀମା ନଥିଲେ ସମ୍ପୃକ୍ତ ଗାଡି ବିରୋଧରେ ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରି ହେବ ଇ-ଚାଲାଣ । ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ୨୨ଟି ଟୋଲ ଗେଟରେ ଏହା କାର୍ଯ୍ୟକାରୀ ହେବ ।  ଏନେଇ ରାଜ୍ୟ ପରିବହନ ପ୍ରାଧିକରର ପକ୍ଷରୁ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । ମୋଟର ଯାନ ଆଇନଧାରା ୧୪୬ ଅନୁଯାୟୀ, ପ୍ରତ୍ୟେକ ମୋଟର ଯାନ ବୈଧ ବୀମାଭୁକ୍ତ ହେବା ବାଧ୍ୟତାମୂଳକ ।

ଏହାର ଉଲ୍ଲଙ୍ଘନ କଲେ ଧାରା ୧୯୬ ଅନୁଯାୟୀ ୨ ହଜାର ଟଙ୍କା ଜୋରିମାନା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ୍‌ କିମ୍ବା ଉଭୟ ଦଣ୍ଡର ପ୍ରାବଧାନ ରହିଛି। ସେହିଭଳି ପୁନର୍ବାର ନିୟମ ଉଲ୍ଲଂଘନ କଲେ ଜରିମାନା ରାଶି ୪ ହଜାର ଟଙ୍କା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ କିମ୍ବା ଉଭୟ ଦଣ୍ଡରେ ଦଣ୍ଡିତ କରାଯିବାର ପ୍ରାବଧାନ ରହିଛି ।  ଅନେକ ଘରୋଇ ଓ ବ୍ୟବସାୟିକ ଗାଡ଼ି ନିୟମ ଉଲ୍ଲଙ୍ଘନ କରି ବୀମା କରୁନାହାନ୍ତି ।

ଫଳରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁରେ ମୃତକଙ୍କ ପରିବାର ଅନୁକମ୍ପା ମୂଳକ ବୀମା ରାଶି ପାଇବାରୁ ବଞ୍ଚିତ ହେଉଛନ୍ତି । ଯାହାକୁ ନେଇ ସରକାରଙ୍କ ପକ୍ଷରୁ ଉଦ୍‌ବେଗ ପ୍ରକାଶ ପାଇଛି । ଏହାକୁ ଦୃଷ୍ଟିରେ ରଖି ବୀମା ନିୟମ ଉଲ୍ଲଂଘନକାରୀଙ୍କୁ ଇ-ଡିଟେକ୍ସନ ଜରିଆରେ ଚିହ୍ନଟ କରିବାକୁ ରାଜ୍ୟ ପରିବହନ ପ୍ରାଧିକରଣ ନିଷ୍ପତ୍ତି ନେଇଛି ।

ପୂର୍ବରୁ ଇ- ଡିଟେକ୍ସନରେ ପରମିଟ୍‌, ଫିଟ୍‌ନେସ, ଟିକସ ନିୟମ ଉଲ୍ଲଂଘନକାରୀଙ୍କୁ ଟୋଲଗେଟରେ ଚିହ୍ନଟ କରାଯାଉଥିଲା । ଏବେ ବୀମା ନିୟମ ଉଲ୍ଲଂଘନକାରୀଙ୍କୁ ମଧ୍ୟ ଏହି ପ୍ରକ୍ରିୟାରେ ଚିହ୍ନଟ କରାଯିବ ।  ଏହାସହ ଏନଫୋର୍ସମେଣ୍ଟ ଆଧୁନିକ ଜ୍ଞାନକୌଶଳକୁ ଅଧିକ ବ୍ୟବହାର କରାଯିବାକୁ ନିଷ୍ପତ୍ତି ହୋଇଛି ।

Related post

ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ ପୁନର୍ଜନ୍ମ ହୁଏ ନାହିଁ ।

ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ…

ଆଜି ଦୋଳ ପୂର୍ଣ୍ଣିମା । କାଲି ରଙ୍ଗର ପର୍ବ ହୋଲି । ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ହେଉଛି ମେଳଣ Iଭାରତୀୟ ପରମ୍ପରାରେ ଦୋଳପୂର୍ଣ୍ଣିମାକୁ ଦୁଇ ଭାଗରେ ବିଭକ୍ତ…
ଆଜି ପରାକ୍ରମୀ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ

ଆଜି ପରାକ୍ରମୀ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ

ସୁଭାଷ ଚନ୍ଦ୍ର ବୋଷ ଭାରତୀୟ ସ୍ବତନ୍ତ୍ରତା ସଂଗ୍ରାମର ମହାନ ନେତା । ନିଜର ସାହାସ ଦୃଢ ସଂକଳ୍ପ ଏବଂ ରଣନୀତୀ ପାଇଁ ସେ ବେଶ୍ ଜଣାଶୁଣା । ଭାରତର…
ପୁରୀ ବେଳାଭୂମିରେ ଆୟୋଜିତ ହେବ ମହୋଦଧି ଦିବସ

ପୁରୀ ବେଳାଭୂମିରେ ଆୟୋଜିତ ହେବ ମହୋଦଧି ଦିବସ

ପୁରୀ: ଆସନ୍ତା ୧୨ ତାରିଖ ଯାଏଁ ଅନୁଷ୍ଠିତ ହେବାକୁ ଯାଉଛି ମହୋଦଧି ଦିବସ। ପୁରୀକୁ ଆସୁଥିବା ପର୍ଯ୍ୟଟକ ଏକ ରୋମାଞ୍ଚକର ନୂଆ ଅନୁଭୂତି ପାଇବେ। ଏହି ଅବସରରେ ତିନିଦିନ…

Leave a Reply

Your email address will not be published. Required fields are marked *