ଆଜିଠୁ ଇ-ଡିଟେକ୍ସନ ହେବ ବୀମା । ଗାଡିରେ ବୀମା ନଥିଲେ ଟୋଲ ଗେଟରେ ଧରାପଡିବେ ଗାଡ଼ି ଚାଳକ ।

ଆଜିଠୁ ଇ-ଡିଟେକ୍ସନ ହେବ ବୀମା । ଗାଡିରେ ବୀମା ନଥିଲେ ଟୋଲ ଗେଟରେ ଧରାପଡିବେ ଗାଡ଼ି ଚାଳକ ।

ବୀମା ନଥିଲେ ସମ୍ପୃକ୍ତ ଗାଡି ବିରୋଧରେ ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରି ହେବ ଇ-ଚାଲାଣ । ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ୨୨ଟି ଟୋଲ ଗେଟରେ ଏହା କାର୍ଯ୍ୟକାରୀ ହେବ ।  ଏନେଇ ରାଜ୍ୟ ପରିବହନ ପ୍ରାଧିକରର ପକ୍ଷରୁ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । ମୋଟର ଯାନ ଆଇନଧାରା ୧୪୬ ଅନୁଯାୟୀ, ପ୍ରତ୍ୟେକ ମୋଟର ଯାନ ବୈଧ ବୀମାଭୁକ୍ତ ହେବା ବାଧ୍ୟତାମୂଳକ ।

ଏହାର ଉଲ୍ଲଙ୍ଘନ କଲେ ଧାରା ୧୯୬ ଅନୁଯାୟୀ ୨ ହଜାର ଟଙ୍କା ଜୋରିମାନା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ୍‌ କିମ୍ବା ଉଭୟ ଦଣ୍ଡର ପ୍ରାବଧାନ ରହିଛି। ସେହିଭଳି ପୁନର୍ବାର ନିୟମ ଉଲ୍ଲଂଘନ କଲେ ଜରିମାନା ରାଶି ୪ ହଜାର ଟଙ୍କା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ କିମ୍ବା ଉଭୟ ଦଣ୍ଡରେ ଦଣ୍ଡିତ କରାଯିବାର ପ୍ରାବଧାନ ରହିଛି ।  ଅନେକ ଘରୋଇ ଓ ବ୍ୟବସାୟିକ ଗାଡ଼ି ନିୟମ ଉଲ୍ଲଙ୍ଘନ କରି ବୀମା କରୁନାହାନ୍ତି ।

ଫଳରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁରେ ମୃତକଙ୍କ ପରିବାର ଅନୁକମ୍ପା ମୂଳକ ବୀମା ରାଶି ପାଇବାରୁ ବଞ୍ଚିତ ହେଉଛନ୍ତି । ଯାହାକୁ ନେଇ ସରକାରଙ୍କ ପକ୍ଷରୁ ଉଦ୍‌ବେଗ ପ୍ରକାଶ ପାଇଛି । ଏହାକୁ ଦୃଷ୍ଟିରେ ରଖି ବୀମା ନିୟମ ଉଲ୍ଲଂଘନକାରୀଙ୍କୁ ଇ-ଡିଟେକ୍ସନ ଜରିଆରେ ଚିହ୍ନଟ କରିବାକୁ ରାଜ୍ୟ ପରିବହନ ପ୍ରାଧିକରଣ ନିଷ୍ପତ୍ତି ନେଇଛି ।

ପୂର୍ବରୁ ଇ- ଡିଟେକ୍ସନରେ ପରମିଟ୍‌, ଫିଟ୍‌ନେସ, ଟିକସ ନିୟମ ଉଲ୍ଲଂଘନକାରୀଙ୍କୁ ଟୋଲଗେଟରେ ଚିହ୍ନଟ କରାଯାଉଥିଲା । ଏବେ ବୀମା ନିୟମ ଉଲ୍ଲଂଘନକାରୀଙ୍କୁ ମଧ୍ୟ ଏହି ପ୍ରକ୍ରିୟାରେ ଚିହ୍ନଟ କରାଯିବ ।  ଏହାସହ ଏନଫୋର୍ସମେଣ୍ଟ ଆଧୁନିକ ଜ୍ଞାନକୌଶଳକୁ ଅଧିକ ବ୍ୟବହାର କରାଯିବାକୁ ନିଷ୍ପତ୍ତି ହୋଇଛି ।

Related post

ଆଜି ଓଟିଇଟି ପରୀକ୍ଷା, ପ୍ରଥମ ପେପର ପରୀକ୍ଷା ସକାଳ ୯ଟାରୁ ଆରମ୍ଭ

ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ସମସ୍ତ ନୋଡାଲ ସେଣ୍ଟରରେ ରହିଛି । ମାଧ୍ୟମିକ…

ଆଜି ଲକ୍ଷ୍ନୌରେ ଚତୁର୍ଥ ଟି-୨୦, ସିରିଜ୍ କବଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ । ଲକ୍ଷ୍ନୌର ଏକନ୍ନା ଷ୍ଟାଡିୟମରେ ମୁହାଁମୁହିଁ ହେବେ ଦୁଇ ଦଳ । ୫ ମ୍ୟାଚ ବିଶିଷ୍ଟ ସିରିଜ୍ ରେ ୨-୧ରେ ଆଗୁଆ…
୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି : ମୁଖ୍ୟମନ୍ତ୍ରୀ

୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି…

ଭୁବନେଶ୍ବର ଜନତା ମଇଦାନରେ ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ରାଜ୍ୟର ବିକଶିତ ଲକ୍ଷ୍ୟ ନେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୩୬ ପାଇଁ…

Leave a Reply

Your email address will not be published. Required fields are marked *