୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି : ମୁଖ୍ୟମନ୍ତ୍ରୀ

୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ଜନତା ମଇଦାନରେ ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ରାଜ୍ୟର ବିକଶିତ ଲକ୍ଷ୍ୟ ନେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୩୬ ପାଇଁ ୩୬ଟି ପ୍ରମୁଖ କାର୍ଯ୍ୟ ଲାଗି ନିଷ୍ପତ୍ତି ନିଆଯାଇଛି ।

୨୦୪୭ ସୁଦ୍ଧା ଭାରତରେ ଓଡ଼ିଶାରେ ମହତ୍ତ୍ବପୂର୍ଣ୍ଣ ଯୋଗଦାନ ରହିବ । ଓଡ଼ିଶାକୁ ପୂର୍ବ ଭାରତର ଶିଳ୍ପ ହବ୍ କରିବାକୁ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ମୋହନ । ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ବିକଶିତ ଓଡ଼ିଶା ସ୍ବପ୍ନ ପୂରଣ ହେବାକୁ ଯାଉଛି । ଏହା ସହ ସରକାରଙ୍କ ବର୍ଷକର ଉପଲବଧି ବଖାଣିଥିଲେ ମୁଖ୍ୟମନ୍ତ୍ରୀ ।

ଓଡ଼ିଶା ବିକାଶ ପାଇଁ ରୋଡ୍ ମ୍ୟାପ୍ ପ୍ରସ୍ତୁତ କରାଯାଇଛି । ସମସ୍ତ ୩୦ ଜିଲ୍ଲା ଗସ୍ତ କରି ଲୋକଙ୍କ ଦୁଃଖ ବୁଝିଥିବା କହିଛନ୍ତି । ବର୍ଷକ ମଧ୍ୟରେ ରାଜ୍ୟରେ ୧୭ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରାଯାଇଛି । ଲକ୍ଷପତି ଦିଦି ସୃଷ୍ଟିରେ ସାରା ଦେଶରେ ପ୍ରଥମ ହୋଇପାରିଛି ଓଡ଼ିଶା ।

ଚାଷୀଙ୍କୁ ୮ ଶହ ଟଙ୍କା ବୋନସ ପ୍ରଦାନ କରାଯାଇଛି । ବିକଶିତ ଗାଁ ଯୋଜନା, ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଲାଗୁ କରାଯାଇଛି । ପୂର୍ବରୁ ବିଜେପି ସରକାରର ବର୍ଷପୂର୍ତ୍ତିରେ ଜୁନ ୧୦ ତାରିଖରେ ରିପୋର୍ଟ କାର୍ଡ ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ  ।

Related post

ଆଜି ଓଟିଇଟି ପରୀକ୍ଷା, ପ୍ରଥମ ପେପର ପରୀକ୍ଷା ସକାଳ ୯ଟାରୁ ଆରମ୍ଭ

ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ସମସ୍ତ ନୋଡାଲ ସେଣ୍ଟରରେ ରହିଛି । ମାଧ୍ୟମିକ…

ଆଜି ଲକ୍ଷ୍ନୌରେ ଚତୁର୍ଥ ଟି-୨୦, ସିରିଜ୍ କବଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ । ଲକ୍ଷ୍ନୌର ଏକନ୍ନା ଷ୍ଟାଡିୟମରେ ମୁହାଁମୁହିଁ ହେବେ ଦୁଇ ଦଳ । ୫ ମ୍ୟାଚ ବିଶିଷ୍ଟ ସିରିଜ୍ ରେ ୨-୧ରେ ଆଗୁଆ…
ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ ପୁନର୍ଜନ୍ମ ହୁଏ ନାହିଁ ।

ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ…

ଆଜି ଦୋଳ ପୂର୍ଣ୍ଣିମା । କାଲି ରଙ୍ଗର ପର୍ବ ହୋଲି । ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ହେଉଛି ମେଳଣ Iଭାରତୀୟ ପରମ୍ପରାରେ ଦୋଳପୂର୍ଣ୍ଣିମାକୁ ଦୁଇ ଭାଗରେ ବିଭକ୍ତ…

Leave a Reply

Your email address will not be published. Required fields are marked *