ଆଜିଠୁ ସଂସଦ ଶୀତ ଅଧିବେଶନ,ସରକାରଙ୍କୁ ଘେରିବେ ବିରୋଧୀ

ଆଜିଠୁ ସଂସଦ ଶୀତ ଅଧିବେଶନ,ସରକାରଙ୍କୁ ଘେରିବେ ବିରୋଧୀ

ସଂସଦର ଶୀତକାଳୀନ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇ ଡିସେମ୍ବର ୨୦ ପର୍ଯ୍ୟନ୍ତ ଚାଲିବ। ବିଭିନ୍ନ ପ୍ରସଙ୍ଗ ନେଇ ଶୀତ ଅଧିବେଶନ ସରଗରମ ହୋଇପାରେ। ଚଳିତ ଅଧିବେଶନରେ ୱାକଫ୍ ସଂଶୋଧନ ବିଲ୍ ସମେତ ମୋଟ ୧୬ଟି ବିଲ୍ ତାଲିକାଭୁକ୍ତ ହୋଇଥିବା ବେଳେ ମଣିପୁରରେ ଚାଲିଥିବା ଜାତିଗତ ହିଂସା ଏବଂ ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଲାଞ୍ଚ ଅଭିଯୋଗ ପ୍ରସଙ୍ଗକୁ ଉଠାଇପାରନ୍ତି ବିରୋଧୀ।

ସଂସଦରେ ଆଦାନୀଙ୍କ ବିରୋଧରେ ଆସିଥିବା ଅଭିଯୋଗ ପ୍ରସଙ୍ଗ ନେଇ ହଙ୍ଗାମା ହୋଇପାରେ। ଆଦାନୀ ପ୍ରସଙ୍ଗରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ମିଳିତ ସଂସଦୀୟ କମିଟି ଦ୍ୱାରା ଅଭିଯୋଗର ତଦନ୍ତ ଦାବି କରିଛନ୍ତି। ଶୀତ ଅଧିବେଶନ ପୂର୍ବରୁ ଗତକାଲି ବସିଥିଲା ସର୍ବଦଳୀୟ ବୈଠକ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା।

ସର୍ବଦଳୀୟ ବୈଠକରେ ଯୋଗଦେଇ ବିଜେଡି ସାଂସଦ ସସ୍ମିତ ପାତ୍ର ସ୍ବତନ୍ତ୍ର ରାଜ୍ଯପାହ୍ଯା ମାନ୍ଯତା, ପୋଲାଭରମ, ମହାନଦୀ, କୋଇଲା ରୟାଲଟି, ଜାତୀୟ ରାଜପଥ, ନୂଆ ଏମସ, ଆଦିବାସୀ ବିକାଶ, କେନ୍ଦୁପତ୍ର ଉପରୁ ଜିଏସଟି ପ୍ରତ୍ଯାହାର ଆଦି ପ୍ରସଙ୍ଗ ଉଠାଇଥିଲେ।

Related post

ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ ପୁନର୍ଜନ୍ମ ହୁଏ ନାହିଁ ।

ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ…

ଆଜି ଦୋଳ ପୂର୍ଣ୍ଣିମା । କାଲି ରଙ୍ଗର ପର୍ବ ହୋଲି । ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ହେଉଛି ମେଳଣ Iଭାରତୀୟ ପରମ୍ପରାରେ ଦୋଳପୂର୍ଣ୍ଣିମାକୁ ଦୁଇ ଭାଗରେ ବିଭକ୍ତ…
ଆଜିଠୁ ଇ-ଡିଟେକ୍ସନ ହେବ ବୀମା । ଗାଡିରେ ବୀମା ନଥିଲେ ଟୋଲ ଗେଟରେ ଧରାପଡିବେ ଗାଡ଼ି ଚାଳକ ।

ଆଜିଠୁ ଇ-ଡିଟେକ୍ସନ ହେବ ବୀମା । ଗାଡିରେ ବୀମା ନଥିଲେ ଟୋଲ…

ବୀମା ନଥିଲେ ସମ୍ପୃକ୍ତ ଗାଡି ବିରୋଧରେ ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରି ହେବ ଇ-ଚାଲାଣ । ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ୨୨ଟି ଟୋଲ ଗେଟରେ ଏହା କାର୍ଯ୍ୟକାରୀ…
ଆଜି ପରାକ୍ରମୀ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ

ଆଜି ପରାକ୍ରମୀ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ

ସୁଭାଷ ଚନ୍ଦ୍ର ବୋଷ ଭାରତୀୟ ସ୍ବତନ୍ତ୍ରତା ସଂଗ୍ରାମର ମହାନ ନେତା । ନିଜର ସାହାସ ଦୃଢ ସଂକଳ୍ପ ଏବଂ ରଣନୀତୀ ପାଇଁ ସେ ବେଶ୍ ଜଣାଶୁଣା । ଭାରତର…

Leave a Reply

Your email address will not be published. Required fields are marked *