ଅନେକ ସ୍ଥାନରେ କମିଲା ପେଟ୍ରୋଲ-ଡିଜେଲ ଦର!
- ବାଣିଜ୍ୟସ୍ପେସିଆଲ ରିପୋର୍ଟ
- June 24, 2025
- No Comment
- 157
ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ ।ଚାଲନ୍ତୁ ଜାଣିବା ଆଜି ଦେଶର ପ୍ରମୁଖ ସହରରେ ପେଟ୍ରୋଲ-ଡିଜେଲ ଦାମ୍ । ଆଜି ଅଏଲ ମାର୍କେଟିଂ କମ୍ପାନୀମାନେ ଦେଶର ସମସ୍ତ ରାଜ୍ୟ ପାଇଁ ପେଟ୍ରୋଲ-ଡିଜେଲ ଦାମ୍ ଜାରି କରିଦେଇଛନ୍ତି ।ତେବେ ଭୁବନେଶ୍ୱରରେ ବଢ଼ିଛି ପେଟ୍ରୋଲ-ଡିଜେଲ ଦାମ୍ ।ତେବେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୬ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨. ୭୪ ପଇସା ରହିଛି ।
ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫ . ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୯ ପଇସା ରହିଛି ।ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି ।
ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ । ଏପରିକି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି ।