ଡୋମିନିକାର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

ଡୋମିନିକାର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଡୋମିନିକା ଏହାର ସର୍ବୋଚ୍ଚ ଜାତୀୟ ସମ୍ମାନ ‘ଡୋମିନିକା ଆଓ୍ବାର୍ଡ ଅଫ୍‌ ଅନ୍‌ର’ରେ ସମ୍ମାନିତ କରିଛି। ରାଷ୍ଟ୍ରପତି ସିଲଭାନି ବର୍ଟନ ମୋଦିଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି।

କରୋନା ମହାମାରୀ ସମୟରେ ବିଶ୍ୱର ବିଭିନ୍ନ ଦେଶ ସହ ଭାରତ ମାରାତ୍ମକ ମହାମାରୀ ସହ ସଂଘର୍ଷ କରୁଥିଲା। ଏହି ସମୟରେ ମୋଦି ଅନେକ ଦେଶକୁ ସହାୟତା କରିବାକୁ ଆଗେଇ ଆସିଥିଲେ। ସେ ମହାମାରୀ ସହ ସଂଘର୍ଷ କରୁଥିବା ଅନ୍ୟ ଦେଶକୁ ଟିକା ଏବଂ ଔଷଧ ଯୋଗାଇ ଦେଇଥିଲେ। ଏହି କାର୍ଯ୍ୟକୁ ଦୃଷ୍ଟିରେ ରଖି କମନଓ୍ବେଲଥ୍‌ ଅଫ୍‌ ଡୋମିନିକା ପ୍ରଧାନମନ୍ତ୍ରୀଙ୍କୁ ସର୍ବୋଚ୍ଚ ଜାତୀୟ ସମ୍ମାନ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଥିଲେ।

ଡୋମିନିକାର ସର୍ବୋଚ୍ଚ ଜାତୀୟ ସମ୍ମାନରେ ସମ୍ମାନିତ ହେବା ପରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ସମ୍ମାନ କେବଳ ମୋର ନୁହେଁ ଭାରତର ୧୪୦ କୋଟି ଲୋକଙ୍କ ପାଇଁ, ସେମାନଙ୍କର ମୂଲ୍ୟବୋଧ ଏବଂ ପରମ୍ପରା ପାଇଁ। ଆମେ ଦୁଇଟି ଗଣତାନ୍ତ୍ରିକ ରାଷ୍ଟ୍ର ଏବଂ ଆମେ ଦୁହେଁ ସମଗ୍ର ବିଶ୍ୱ ପାଇଁ ମହିଳା ସଶକ୍ତିକରଣର ଆଦର୍ଶ ଅଟୁ।

Related post

ଦେଶବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ

ଦେଶବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ

ନବ ବର୍ଷ ପାଇଁ ଦେଶବାସୀଙ୍କୁ ଶୁଭେଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୦୨୫ ସମସ୍ତଙ୍କ ମନରେ ସୁଖ, ସମୃଦ୍ଧି ଓ ଆନନ୍ଦ ଭରିଦେଉ । ଏହି ଅବସରରେ…
ଐତିହାସିକ ବିଜୟ ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କୁ  ହାର୍ଦ୍ଦିକ ଅଭିନନ୍ଦନ ଓ  ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ଐତିହାସିକ ବିଜୟ ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା…

ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ ସେୟାର କରିଛନ୍ତି । ଏଥିରେ ସେ ଲେଖିଛନ୍ତି, ‘ଐତିହାସିକ ନିର୍ବାଚନ ବିଜୟ ପାଇଁ ମୋର ବନ୍ଧୁ ଡୋନାଲ୍ଡ…

Leave a Reply

Your email address will not be published. Required fields are marked *