କଟକରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ : ଅଭିଯୋଗରେ ୬ ଗିରଫ

କଟକରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ : ଅଭିଯୋଗରେ ୬ ଗିରଫ

ଛାତ୍ରୀଙ୍କ ପୁରୁଷବନ୍ଧୁ ଓ ସାଙ୍ଗ ମାନେ ମିଶି ଗଣଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି। କେବଳ ସେତିକି ନୁହେଁ ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ କରିବା ସହ ତାଙ୍କୁ ବ୍ଲାକମେଲ କରି ବାରମ୍ବାର ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି।

ଅଭିଯୋଗ ଅନୁଯାୟୀ ଦଶହରା ସମୟରେ କଟକ ପୁରୀଘାଟ ଥାନା ଅଞ୍ଚଳରେ ଏକ କାଫେରେ ଛାତ୍ରୀ ଜଣକ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଜନ୍ମଦିନ ପାଳନ କରିଥିଲେ। ଏହାପରେ ସେଠାରେ ଛାତ୍ରୀଙ୍କ ଅଜାଣତରେ ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିଥିଲେ ବୟଫ୍ରେଣ୍ଡ୍। ଆଉ ଏଥିରେ ସହଯୋଗ କରିଥିଲେ କାଫେ ଚଳାଉଥିବା ଭଗତପୁର ଅଞ୍ଚଳର ଯୁବକ।

ଏହି ଭିଡିଓ ରଖି କାଫେ ମାଲିକ ଓ ପୁରୁଷ ବନ୍ଧୁର ସାଙ୍ଗମାନେ ତାଙ୍କୁ ବାରଙ୍ଗ ଅଞ୍ଚଳର ଏକ ଘରକୁ ଡାକିଥିଲେ। ଛାତ୍ରୀ ଜଣକ ସେଠାରେ ପହଞ୍ଚିବା ପରେ ତାଙ୍କୁ ଗଣଦୁଷ୍କର୍ମ କରିଥିବା ନେଇ ବାଦାମବାଡ଼ି ଥାନାରେ ଅଭିଯୋଗ ହୋଇଛି। ବାଦାମବାଡ଼ି ପୋଲିସ ଘଟଣାର ତଦନ୍ତ କରି ଛାତ୍ରୀଙ୍କ ପୁରୁଷ ବନ୍ଧୁ ସହ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଝାଞ୍ଜିରିମଙ୍ଗଳା ଅଞ୍ଚଳର ୩ ଜଣ, ବାରଙ୍ଗ ଅଞ୍ଚଳର ଜଣେ କାଫେ ମାଲିକ ତଥା ଭଗତପୁର ଅଞ୍ଚଳର ଅଭିଯୁକ୍ତ ସହ ଖୋର୍ଦ୍ଧା ନୟାଗଡ଼ ଅଞ୍ଚଳର ଜଣେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି।

Related post

ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି: ଆଞ୍ଚଳିକ ପାଣିପାଗ ବିଭାଗ

ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି: ଆଞ୍ଚଳିକ ପାଣିପାଗ…

୧୦ ତାରିଖରୁ ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।  ଗତ କାଲି ମୟୂରଭଞ୍ଜ ଜିଲ୍ଲାର ତଙ୍ଗରବଳଦ ସ୍ଥାନରେ ୨…
ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ବଙ୍ଗୋପସାଗରରେ ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସକ୍ରିୟ । ଏହା ସହ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟ ମଧ୍ୟକୁ ସମୁଦ୍ର ପଟୁ ଜଳୀୟବାଷ୍ପ ପ୍ରବେଶ କରୁଛି । ପ୍ରଭାବରେ ରାଜ୍ୟର…
କଟକର ବିଡ଼ାନାସୀରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

କଟକର ବିଡ଼ାନାସୀରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ କଟକର ବିଡ଼ାନାସୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ।…

Leave a Reply

Your email address will not be published. Required fields are marked *