ଆଜି ଲକ୍ଷ୍ନୌରେ ଚତୁର୍ଥ ଟି-୨୦, ସିରିଜ୍ କବଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ । ଲକ୍ଷ୍ନୌର ଏକନ୍ନା ଷ୍ଟାଡିୟମରେ ମୁହାଁମୁହିଁ ହେବେ ଦୁଇ ଦଳ । ୫ ମ୍ୟାଚ ବିଶିଷ୍ଟ ସିରିଜ୍ ରେ ୨-୧ରେ ଆଗୁଆ ରହିଛି ଭାରତ । ଆଜି ମ୍ୟାଚ ଜିତି ସିରିଜ୍ କବଜା ଲକ୍ଷ୍ୟରେ ରହିଛି ଟିମ୍ ଇଣ୍ଡିଆ । ଟେଷ୍ଟ୍ ଶୃଙ୍ଖଳାକୁ ୦-୨ରେ ହାରିବା ଏବଂ ଦିନିକିଆ ଶୃଙ୍ଖଳାକୁ ୨-୧ରେ ଜିତିଥିବା ଭାରତ ନିଶ୍ଚିତ ଭାବେ ଏହି ଶୃଙ୍ଖଳାକୁ ୪-୧ରେ ଜିତିଲେ ସମ୍ମାନ ରଖିପାରିବ।

ଏପଟେ ସିରିଜରେ ପଛୁଆ ପଡ଼ିଥିବା ଦକ୍ଷିଣ ଆଫ୍ରିକା ପାଇଁ ଲକ୍ଷ୍ନୌ ମୁକାବିଲା ‘କର ବା ମର’ ସ୍ଥିତି । ଟିମ ଇଣ୍ଡିଆରେ କ୍ୟାପଟେନ୍ ସୂର୍ଯ୍ୟକୁମାର ଯାଦବ ଓ ଉପ ଅଧିନାୟକ ଶୁବମନ ଗିଲଙ୍କ ଫର୍ମକୁ ଚିନ୍ତାର କାରଣ ରହିଛି । ଗିଲ୍ ୩ ଟି ଯାକ ମ୍ୟାଚରେ ଭଲ ପ୍ରଦର୍ଶନ କରିନାହାନ୍ତି । ସେହିଭଳି ସୂର୍ଯ୍ୟକୁମାର ମଧ୍ୟ ଭଲ ପ୍ରଦର୍ଶନ କରିନାହାନ୍ତି । ଆଜିର ମ୍ୟାଚରେ ଗିଲ୍ ଙ୍କୁ ବିଶ୍ରାମ ଦେବାକୁ ମ୍ୟାନେଜମେଣ୍ଟ ଚିନ୍ତା କରୁଥିବା ଜଣାପଡିଛି । ଯଦି ଗିଲ୍ ଙ୍କୁ ବିଶ୍ରାମ ଦିଆଯାଏ ତାହେଲେ ସଞ୍ଜୁ ସାମସନଙ୍କୁ ସୁଯୋଗ ମିଳିପାରେ । ସେହିପରି ଦକ୍ଷିଣ ଆଫ୍ରିକାର ରିଜା ହେଣ୍ଡ୍ରିକ୍ସଙ୍କ ଉପରେ ସମସ୍ତଙ୍କ ନଜର ରହିଛି । ପ୍ରତ୍ୟାବର୍ତ୍ତନରେ ହେଣ୍ଡ୍ରିକ୍ସ ୦ ଓ ୮ ରନ କରି ବିଫଳ ହୋଇଥିବାରୁ ଏବେ ଚାପରେ ଅଛନ୍ତି । ଏପରିକି ଭାରତ ବିପକ୍ଷରେ ସେ ୧୫ ପାଳିରୁ ମାତ୍ର ଗୋଟିଏ ଅର୍ଦ୍ଧଶତକ କରିଛନ୍ତି ।

Related post

ଆଜି ଓଟିଇଟି ପରୀକ୍ଷା, ପ୍ରଥମ ପେପର ପରୀକ୍ଷା ସକାଳ ୯ଟାରୁ ଆରମ୍ଭ

ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ସମସ୍ତ ନୋଡାଲ ସେଣ୍ଟରରେ ରହିଛି । ମାଧ୍ୟମିକ…
୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି : ମୁଖ୍ୟମନ୍ତ୍ରୀ

୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି…

ଭୁବନେଶ୍ବର ଜନତା ମଇଦାନରେ ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ରାଜ୍ୟର ବିକଶିତ ଲକ୍ଷ୍ୟ ନେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୩୬ ପାଇଁ…
ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ ପୁନର୍ଜନ୍ମ ହୁଏ ନାହିଁ ।

ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ…

ଆଜି ଦୋଳ ପୂର୍ଣ୍ଣିମା । କାଲି ରଙ୍ଗର ପର୍ବ ହୋଲି । ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ହେଉଛି ମେଳଣ Iଭାରତୀୟ ପରମ୍ପରାରେ ଦୋଳପୂର୍ଣ୍ଣିମାକୁ ଦୁଇ ଭାଗରେ ବିଭକ୍ତ…

Leave a Reply

Your email address will not be published. Required fields are marked *