ଆଜି ଡର୍ବାନରେ ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ୪ ମ୍ୟାଚ୍ ବିଶିଷ୍ଟ ଟି-ଟ୍ବେଣ୍ଟି ସିରିଜର ପ୍ରଥମ ମ୍ୟାଚ୍ ।

ଆଜି ଡର୍ବାନରେ ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ୪ ମ୍ୟାଚ୍ ବିଶିଷ୍ଟ ଟି-ଟ୍ବେଣ୍ଟି ସିରିଜର ପ୍ରଥମ ମ୍ୟାଚ୍ ।

ଆଜି ଡର୍ବାନରେ ଖେଳାଯିବ ୪ ମ୍ୟାଚ୍ ବିଶିଷ୍ଟ ଟି-ଟ୍ବେଣ୍ଟି ସିରିଜର ପ୍ରଥମ ମ୍ୟାଚ୍ । ଅଧିନାୟକ ସୂର୍ଯ୍ୟକୁମାର ଯାଦବ, ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଅକ୍ଷର ପଟେଲଙ୍କ ଭଳି ଦଳର ବରିଷ୍ଠ ଖେଳାଳିମାନେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜକୁ ସ୍ମରଣୀୟ କରିବାକୁ ଚେଷ୍ଟା କରିବେ ।

ଗତ ଜୁନରେ ହୋଇଥିବା ଟି -20 ବିଶ୍ୱକପ ଫାଇନାଲରେ ଭାରତଠାରୁ ପରାଜୟର ପ୍ରତିଶୋଧ ନେବାକୁ ଦକ୍ଷିଣ ଆଫ୍ରିକା ଦଳ ମଧ୍ୟ ପ୍ରସ୍ତୁତ । ଏହି ସିରିଜରେ ସଞ୍ଜୁ ସାମସନ୍ ଏବଂ ଅଭିଷେକ ଶର୍ମାଙ୍କ ପ୍ରଦର୍ଶନ ଉପରେ କ୍ରୀଡ଼ାପ୍ରେମୀଙ୍କ ନଜର ରହିବ । ୱିକେଟ୍ କିପର ବ୍ୟାଟର ସାମସନ୍ ନିକଟରେ ବାଂଲାଦେଶ ବିପକ୍ଷ ଘରୋଇ ଟି -20 ସିରିଜରେ ଗୋଟିଏ ଇନିଂସ ଖେଳିବାର ସୁଯୋଗ ପାଇ ୪୭ଟି ବଲରେ ୧୧୧ ରନ୍ ର ଜବରଦସ୍ତ ଇନିଂସ ଖେଳିଥିଲେ ।

ରୋହିତ ଶର୍ମା ଟି -20 ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି ଏବଂ ଏଭଳି ପରିସ୍ଥିତିରେ ସାମସନ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭଲ ଖେଳି ଏହି ଫର୍ମାଟରେ ଭାରତୀୟ ଟପ୍ ଅର୍ଡରରେ ନିଜର ସ୍ଥାନ ପକ୍କା କରିବାକୁ ଚେଷ୍ଟା କରିବେ । ବର୍ତ୍ତମାନ ସୁଦ୍ଧା ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ମୋଟ୍ ୨୭ଟି ଟି-ଟ୍ବେଣ୍ଟି ଖେଳାଯାଇଛି । ଭାରତ ୧୫ଟି ବିଜୟ ହାସଲ କରିଥିବା ବେଳେ ଦକ୍ଷିଣ ଆଫ୍ରିକା ୧୧ଟିରେ ବାଜି ମାରିଛି । ଗୋଟିଏ ମ୍ୟାଚ୍ ଡ୍ର ରହିଛି ।

Related post

ଆଜି ଓଟିଇଟି ପରୀକ୍ଷା, ପ୍ରଥମ ପେପର ପରୀକ୍ଷା ସକାଳ ୯ଟାରୁ ଆରମ୍ଭ

ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ସମସ୍ତ ନୋଡାଲ ସେଣ୍ଟରରେ ରହିଛି । ମାଧ୍ୟମିକ…

ଆଜି ଲକ୍ଷ୍ନୌରେ ଚତୁର୍ଥ ଟି-୨୦, ସିରିଜ୍ କବଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ । ଲକ୍ଷ୍ନୌର ଏକନ୍ନା ଷ୍ଟାଡିୟମରେ ମୁହାଁମୁହିଁ ହେବେ ଦୁଇ ଦଳ । ୫ ମ୍ୟାଚ ବିଶିଷ୍ଟ ସିରିଜ୍ ରେ ୨-୧ରେ ଆଗୁଆ…
୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି : ମୁଖ୍ୟମନ୍ତ୍ରୀ

୨୦୩୬ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୫ଶହ ବିଲିଅନ ଡଲାର ଲକ୍ଷ୍ୟ ରହିଛି…

ଭୁବନେଶ୍ବର ଜନତା ମଇଦାନରେ ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ରାଜ୍ୟର ବିକଶିତ ଲକ୍ଷ୍ୟ ନେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୩୬ ପାଇଁ…

Leave a Reply

Your email address will not be published. Required fields are marked *