
ବଢ଼ିଲା ଶିକ୍ଷକଙ୍କ ଦରମା
- ରାଜ୍ୟ
- January 17, 2025
- No Comment
- 11
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ,ଏହି ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକ ୧୧ ହଜାର ଶହେ ଟଙ୍କାରୁ ବୃଦ୍ଧି ପାଇ ୧୬ ହଜାର ଟଙ୍କା କରାଯାଇଛି । ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ୧୪୪୩ ଟଙ୍କାରୁ ୧୯୫୦ ଟଙ୍କାକୁ ବୃଦ୍ଧି ପାଇଛି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ କନିଷ୍ଠ ଶିକ୍ଷକଙ୍କ ପାଇଁ ପୂର୍ବରୁ ୧୨୫୪୩ ଟଙ୍କା ପ୍ରଦାନ କରୁଥିବା ବେଳେ, ଏବେ ମାସକୁ ୧୭୯୫୦ ଟଙ୍କା ପ୍ରଦାନ କରିବେ । ରାଜ୍ୟରେ ବର୍ତ୍ତମାନ ୧୩୭୪୦ ଜଣ ସ୍କିମାଟିକ କନିଷ୍ଠ ଶିକ୍ଷକ କାର୍ଯ୍ୟରତ ଅଛନ୍ତି । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୮୯.୧୫ କୋଟି ଟଙ୍କା ବହନ କରିବେ।
ରାଜ୍ୟରେ ପ୍ରାଥମିକ ଶିକ୍ଷାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ୧୬ ହଜାରରୁ ଅଧିକ କନିଷ୍ଠ ଶିକ୍ଷକ ନିଯୁକ୍ତି କରାଯାଇଛି । ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଏହି ବର୍ଗର କନିଷ୍ଠ ଶିକ୍ଷକମାନେ ଉପକୃତ ହେବେ ଏବଂ ଏହାଦ୍ୱାରା ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।