ଆଜି କୁମାର ପୂର୍ଣ୍ଣିମା: କୁମାରୀ ମାନେ ସନ୍ଧ୍ୟାରେ କରିବେ ଚାନ୍ଦ ପୂଜା

ଆଜି କୁମାର ପୂର୍ଣ୍ଣିମା: କୁମାରୀ ମାନେ ସନ୍ଧ୍ୟାରେ କରିବେ ଚାନ୍ଦ ପୂଜା

ଆଜି  ଜାକଜମକରେ ପାଳିତ ହେଉଛି କୁମାର ପୂର୍ଣ୍ଣିମା । ବଡି ଭୋରରୁ ଝିଅମାନେ ଗାଧୋଇପାଧୋଇ ନୂଆ ଡ୍ରେସ ପିନ୍ଧି ସୂର୍ଯ୍ୟଙ୍କୁ ପୂଜା କରିଥିଲେ। ସକାଳୁ ସକାଳୁ ଚଉରା ପାଖରେ ମା’ ବୃନ୍ଦାବତୀଙ୍କୁ ସ୍ମରଣ କରି କୁମାରୀମାନେ ପୂଜାର୍ଚ୍ଚନା କରିଛନ୍ତି ।

ଆଜିର ଦିନରେ ବୃନ୍ଦାବତୀଙ୍କ ନିକଟରେ ଘର ପରିବାରର ମଙ୍ଗଳ ମନାସି ପୁଜାଚର୍ଚ୍ଚନା କରାଯାଏ। ନିଜ ଆରାଧ୍ୟ ଦେବତାଙ୍କ ଉଦ୍ଦେଶ୍ୟରେ ଖଇ ଥାଳି ଟେକି ଦେଇ ଝିଅମାନେ ପ୍ରିୟଜନଙ୍କ ସୁଖ ଓ ସମୃଦ୍ଧି କାମନା କରନ୍ତି ।

ସନ୍ଧ୍ୟାରେ କୁମାରୀମାନେ ଚଉରା ମୂଳେ ଏକତ୍ର ହୋଇ ଚାନ୍ଦ ପୂଜା କରନ୍ତି । ଚାନ୍ଦ ଉଇଁଲେ ଆରମ୍ଭ ହୋଇଯାଏ ଏହି ପୂଜା । ଏହି ଦିନ ତୁଳସୀ ଗଛରେ ନାଲି ଶଙ୍ଖା ଓ ସାଲୁ କନା ସ‌ହ ନୂଆ ବସ୍ତ୍ରଟିଏ ମଧ୍ୟ ଦିଆଯାଇଥାଏ । ଚଉରା ଆଗରେ ପିଢ଼ାରେ ଗୁଆ ରଖି ତା’ ଉପରେ ଦୁବ ଘାସ, ଫୁଲ, ବରକୋଳି ପତ୍ର ଦେଇ ସଜାଯାଇଥାଏ ।

ଭୋଗ ପରେ ନିଜ ନିଜ ପ୍ରିୟ ସାଙ୍ଗକୁ ସେହି ଚାନ୍ଦ ଖୁଆଇ “ଚାନ୍ଦ” ବସନ୍ତି । ଆଉ ଟିକେ ରାତି ହେଲେ ଖଇ ଆଣି ଚାନ୍ଦକୁ ସମର୍ପଣ କରନ୍ତି। କୁଆଁରୀଙ୍କ ହୁଳହୁଳି ଶବ୍ଦରେ କମ୍ପିଉଠେ ପୂରା ପରିବେଶ ।

Related post

ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି: ଆଞ୍ଚଳିକ ପାଣିପାଗ ବିଭାଗ

ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି: ଆଞ୍ଚଳିକ ପାଣିପାଗ…

୧୦ ତାରିଖରୁ ରାଜ୍ୟରେ ହିଟ ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।  ଗତ କାଲି ମୟୂରଭଞ୍ଜ ଜିଲ୍ଲାର ତଙ୍ଗରବଳଦ ସ୍ଥାନରେ ୨…
ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ ପୁନର୍ଜନ୍ମ ହୁଏ ନାହିଁ ।

ଆଜି ଦୋଳ ପୂର୍ଣ୍ଣିମା, ବିଶ୍ବାସ ରହିଛି ଦୋଳରେ ଦୋଳଗୋବିନ୍ଦଙ୍କୁ ଦର୍ଶନ କଲେ…

ଆଜି ଦୋଳ ପୂର୍ଣ୍ଣିମା । କାଲି ରଙ୍ଗର ପର୍ବ ହୋଲି । ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ହେଉଛି ମେଳଣ Iଭାରତୀୟ ପରମ୍ପରାରେ ଦୋଳପୂର୍ଣ୍ଣିମାକୁ ଦୁଇ ଭାଗରେ ବିଭକ୍ତ…
ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ସତର୍କ କଲା ପାଣିପାଗ କେନ୍ଦ୍ର, ଆଜିଠୁ ବଢ଼ିବ ବର୍ଷା

ବଙ୍ଗୋପସାଗରରେ ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ସକ୍ରିୟ । ଏହା ସହ ଟ୍ରପ ଲାଇନ ପ୍ରଭାବରେ ରାଜ୍ୟ ମଧ୍ୟକୁ ସମୁଦ୍ର ପଟୁ ଜଳୀୟବାଷ୍ପ ପ୍ରବେଶ କରୁଛି । ପ୍ରଭାବରେ ରାଜ୍ୟର…

Leave a Reply

Your email address will not be published. Required fields are marked *